ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ରଙ୍କୁ ସମ୍ମାନସୂଚକ ଡି.ଲିଟ୍ ଉପାଧି । ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

127

କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପ୍ରମୋଦ କୁମାର ମିଶ୍ରଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ସମାରୋହରେ ସମ୍ମାନସୂଚକ ଡି.ଲିଟ୍ ଉପାଧିରେ ସମ୍ମାନିତ କରାଯାଇଛି । ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଭବ୍ୟ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡକ୍ଟର ମିଶ୍ରଙ୍କୁ ଡି. ଲିଟ୍ ଉପାଧିରେ ସମ୍ମାନିତ କରିଥିଲେ । ଏହି ଅବସରରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ ।

୧୯୭୨ ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ଡକ୍ଟର ମିଶ୍ରଙ୍କର ଦୀର୍ଘ ୫୦ ବର୍ଷରୁ ଅଧିକ ସମୟର ପ୍ରଶାସନିକ ଅଭିଜ୍ଞତା ରହିଛି। ସେ ଗୁଜରାଟ ସରକାର ଏବଂ ଭାରତ ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ନିଷ୍ଠା ଓ ଦକ୍ଷତାର ସହ କାର୍ୟ୍ୟ କରିଛନ୍ତି। ଡକ୍ଟର ମିଶ୍ରଙ୍କର ପ୍ରଶାସନିକ ସେବା ବ୍ୟତୀତ ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ବିଶେଷ ଖ୍ୟାତି ରହିଛି ।