ରାଜ୍ୟ ସରକାରଙ୍କ ନୂଆ ବର୍ଷ ଉପହାର : ୭ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

54

କନକ ବ୍ୟୁରୋ : ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ୭ ପ୍ରତିଶତ ମହଙ୍ଗା ଭତା ବୃଦ୍ଧି କଲେ ସରକାର । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତବର୍ଷ ଜୁଲାଇ ୧ ତାରିଖରୁ ଏହାକୁ ପିଛିଲା ଭାବେ ଲାଗୁ କରାଯାଇଛି । ଫଳରେ ରାଜ୍ୟର ପ୍ରାୟ ୪ ଲକ୍ଷ କର୍ମଚାରୀ ଓ ୩ଲକ୍ଷ ପେନସନ ଭୋଗୀ ଉପକୃତ ହେବେ ।