କନକ ବ୍ୟୁରୋ: ଢ଼େଙ୍କାନାଳ ବନଖଣ୍ଡ ଭୁବନର ଚାଷ ଜମିରେ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି । ଚାଷ ଜମିରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତାର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ହାତୀଟିର ଅନୁମାନିକ ବୟସ ପ୍ରାୟ ୨୫ ରୁ ୩୦ ବର୍ଷ ମଧ୍ୟରେ ହୋଇଥିବା ସୂଚନା ରହିଛି । ହାତୀଟିର ଶୁଣ୍ଢଟି ବିଦ୍ୟୁତତାର ସହିତ ଗଭୀରଆଘାତ ଏବଂ ରକ୍ତାକ୍ତ ହୋଇଥିବା ଦେଖିବାକୁ ମିଳିଛି । ଗତକାଲି ସେହି ଅଂଚଳରେ ଦୁଇଟି ହାତୀ ବୁଲୁଥିବା ବେଳେ ଆଜି ଗୋଟିଏ ଦନ୍ତାହାତୀର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି ।
ଢେଙ୍କାନାଳ ଭୁବନରେ ଦନ୍ତାହାତୀର ମୃତଦେହ ଉଦ୍ଧାର। ଚାଷ ଜମିରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ।
/kanak/media/post_attachments/wp-content/uploads/2022/10/pict_original.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)