ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ: ୯୫ ବର୍ଷ ବୟସରେ ଆଖିବୁଜିଲେ ଜୟନ୍ତ ମହାପାତ୍ର

441

କନକ ବ୍ୟୁରୋ: ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ମେଡିକାଲରେ ଦେହାନ୍ତ ହୋଇଥିବା ସୂଚନା ମିଳିଛି । କବି ଜୟନ୍ତ ମହାପାତ୍ର ସ୍ନାୟୁ ରୋଗରେ ପୀଡିତ ହୋଇଥିଲେ । କିଛି ଦିନ ହେଲା ଏସସିବିର ଆସିୟୁରେ ରଖାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ସ୍ୱାସ୍ଥ୍୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଂଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା । ଅଗଷ୍ଟ ୪ ତାରିଖରେ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ କଟକ ବଡ ମେଡିକାଲକୁ ଅଣାଯାଇଥିଲା । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା ବେଳେ ହଠାତ ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଥିଲା । ୯୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି । ଉଭୟ ଓଡିଆ ଇଂରାଜୀରେ କବିତା ସଂକଳନ ସହ ଗପ ବହି, ଆତ୍ମଜିବନୀ ପାହିନି ରାତି ଓଡିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛି । ସାହିତ୍ୟ ସାଧନା ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକଡେମୀ ପୁରସ୍କାର, ଉକ୍ରଳ ରତ୍ନ ସମ୍ମାନ, ସାରଳା ସମ୍ମାନ, ବିଷୁବ ପୁରସ୍କାରରେ ସମ୍ମାନୀତି କରାଯାଇଛି ।