ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି । ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର ।

149

କନକ ବ୍ୟୁରୋ: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି । ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କ୍ଷତିପୂରଣ ରାଶି ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୨ଲକ୍ଷ ଓ ଆହତଙ୍କୁ ୫୦ ହଜାର ଲେଖାଁଏ ସହାୟତା ରାଶି ଘୋଷଣା କରାଯାଇଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମେଡିକାଲକୁ ଯାଇ ଆହତ ମାନଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ।

ଶନିବାର ୨୩ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏବେ ଯାତ୍ରୀବାହି ଗାଡ଼ି ରୁଦ୍ରପ୍ରୟାଗ ରତୌଲି ନିକଟରେ ଭାରସାମ୍ୟ ହରାଇ ୬୦୦ଫୁଟ ତଳକୁ ନଦୀ ଭିତରକୁ ଖସି ପଡ଼ିଥିଲା । ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡ଼ିକାଲରେ ଆଉ ୬ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି । ଏସଡିଆରଏଫ ଏବଂ ଅନ୍ୟ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ସମେତ ଆହତ ମାନଙ୍କୁ ଉଦ୍ଧାର କରିଥିଲେ ।