ଜାନୁଆରୀ ୧୭କୁ ସରକାରୀ ଛୁଟି ଘୋଷଣା । ଛୁଟି ଘୋଷଣା କଲେ ରାଜ୍ୟ ସରକାର ।

Advertisment
ଜାନୁଆରୀ ୧୭କୁ ସରକାରୀ ଛୁଟି ଘୋଷଣା । ଛୁଟି ଘୋଷଣା କଲେ ରାଜ୍ୟ ସରକାର ।

କନକ ବ୍ୟୁରୋ: ଜାନୁଆରୀ ୧୭କୁ ସରକାରୀ ଛୁଟି ଘୋଷଣା । ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଏହିଦିନ ରାଜ୍ୟର ସମସ୍ତ ସରକାରୀ କାର୍ୟ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ତେବେ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ । ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ୟ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି । ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ୟ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe