କନକ ବ୍ୟୁରୋ : ରାଜ୍ୟରେ କମିବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟା ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୩୬୯ ଏବଂ ସ୍ଥାନୀୟ ସଂକ୍ରମଣରୁ ୨୭୫ ନୂଆ ମାମଲା ସାମ୍ନାକୁ ଆସିଛି । ଆଜିର ଆକ୍ରାନ୍ତ ମଧ୍ୟରୁ କଟକରୁ ସର୍ବାଧିକ ୬୪ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ ୬୨, ଅନୁଗୁଳରୁ ୫୦, ଖୋର୍ଦ୍ଧାରୁ ୪୯, କେନ୍ଦୁଝରରୁ ୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେପଟେ ସଂକ୍ରମଣ କମୁଥିଲେ ବି ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନି । ଗତ ୨୪ ଘଂଟାରେ ରାଜ୍ୟରେ ୧୭ ଜଣଙ୍କ କରୋନା କାରଣରୁ ମୃତ୍ୟୁ ହୋଇଛି । ବର୍ତମାନ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୦୪ରେ ପହଂଚିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/16-15.jpg)