ଉତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୨୪ ଘଂଟାରେ ନେଇପାରେ ଲଘୁଚାପର ରୂପ । ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ଆକଳନ

1,686

କନକ ବ୍ୟୁରୋ : ଉତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୨୪ ଘଂଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଆଜି ଅପରାହ୍ନ ବେଳକୁ ଏହା ଉତର ପଶ୍ଚିମ ସମେତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସହ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପରେ ରହିବ । ଏହାର ପ୍ରଭାବରେ ଓଡ଼ିଶା ସମେତ ଉପକୂଳ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼, ମଧ୍ୟପ୍ରଦେଶ, ପୂର୍ବ ରାଜସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଜି ଓ କାଲି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଂଟାପ୍ରତି ପବନ ୪୦ରୁ ୫୦ କିଲୋମିଟର ବେଗରେ ବହିପାରେ । ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।