୨୦ କିମି ବେଗରେ ଆସୁଛି ‘ଜୱାଦ’ : ଆଗାମୀ ୬ଘଣ୍ଟାରେ ପୁରୀ ଉପକୂଳ ନିକଟବର୍ତ୍ତୀ ହେବ

407

କନକ ବ୍ୟୁରୋ : ଆଗାମୀ ୬ଘଣ୍ଟାରେ ପୁରୀ ଉପକୂଳ ନିକଟବର୍ତ୍ତୀ ହେବ ଜୱାଦ୍ । ଅବପାତରେ ପରିଣତ ହୋଇ ପୁରୀ ଉପକୂଳ ଦେଇ ଅତିକ୍ରମ କରିବ । ଉତ୍ତର-ଉତ୍ତରପୂର୍ବ ଦିଗରେ ଓଡିଶା ଉପକୂଳ ଦେଇ ଯିବା ସମ୍ଭାବନା । ପଶ୍ଚିମବଙ୍ଗ ଆଡକୁ ପଳାଇବ ଜୱାଦ । ମଧ୍ୟରାତ୍ରୀ ସୁଦ୍ଧା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ବର୍ତ୍ତମାନ ପୁରୀଠାରୁ ୧୨୦ କିମି ଦୂରରେ ରହିଛି । ଘଣ୍ଟାପ୍ରତି ୨୦କିମି ବେଗରେ ଜୱାଦ ହେଉଛି ଅଗ୍ରସର । ସେପଟେ, ରାଜ୍ୟର ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ କରାଯାଇଛି । ଏହାଛଡ଼ା ନୟାଗଡ଼ରେ ୧୦୭.୫, ଛତ୍ରପୁରରେ ୮୬.୬ ଓ ଭୁବନେଶ୍ୱରରେ ୪୨.୩ ମିମି, ଖୋର୍ଦ୍ଧାର ବାଣପୁରରେ ୮୧, ଗଞ୍ଜାମର ପୋଲସରାରେ ୭୧.୮, ଜଗତସିଂହପୁରରେ ୬୮ ଓ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୬୫ ମିମି ବର୍ଷା ହୋଇଥିବା ଜଣାଯାଇଛି । ବର୍ତ୍ତମାନ ଗଭୀର ଅବପାତ ରହିଛି, ଦୁର୍ବଳ ହୋଇ ଅବପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଜୱାଦ ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଏବେ ବି ବର୍ଷା ଜାରି ରହିଛି । ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି । ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି । ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି ।

ଏହାର ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି । ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି । କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି । ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି । ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି ।