କନକ ବ୍ୟୁରୋ : ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ କିଙ୍ଗସ୍ ଇଲେଭେନ ପଞ୍ଜାବ ଓ ଦିଲ୍ଲୀ କ୍ୟାପିଟାଲ । ଏହି ମ୍ୟାଚରେ ଦିଲ୍ଲୀ ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି । ଫଳରେ ଏବେ ବୋଲିଂ ପାଇଁ ଆସିବ ପଞ୍ଜାବ ଦଳ । ଏହି ମ୍ୟାଚ ପଞ୍ଜାବ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ ।
ଉଭୟ ଦଳ ଚଳିତ ଆଇପିଏଲରେ ୯ଟି ଲେଖାଏଁ ମ୍ୟାଚ ଖେଳିଛନ୍ତି । ଦିଲ୍ଲୀ ୯ଟି ମ୍ୟାଚରୁ ୭ଟି ବିଜୟ ଓ ୨ଟି ପରାଜୟ ସାମ୍ନା କରିଛି । ସେହିପରି ପଞ୍ଜାବ ୩ଟି ବିଜୟ ଓ ୭ଟି ପରାଜୟ ଲାଭ କରିଛି । ଦିଲ୍ଲୀ ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ବେଳେ ପଞ୍ଜାବ ସପ୍ତମ ସ୍ଥାନରେ ରହିଛି । ତେଣୁ ଏହି ମ୍ୟାଚ ପଞ୍ଜାବ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ ।
ପଞ୍ଜାବରେ କେଏଲ ରାହୁଲ, ମୟଙ୍କ ଅଗ୍ରୱାଲ ଓ କ୍ରିସ ଗେଲଙ୍କ ଭଳି ଖେଳାଳି ରହିଛନ୍ତି । ସେହିପରି ଦିଲ୍ଲୀରେ ଶ୍ରେୟାସ ଆୟର, ରିଷବ ପନ୍ତ, ପୃଥୀ ଶ ଓ ଶିଖର ଧୱନଙ୍କ ଭଳି ଖେଳାଳି ରହିଛନ୍ତି ।