ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ମହାରଥୀଙ୍କ ଶେଷକୃତ୍ୟ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପଟେ ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଶୋକପ୍ରସ୍ତାବ ଆଗତ ହେବା ନେଇ ବାଚସ୍ପତିଙ୍କ ସୂଚନା

Advertisment
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ମହାରଥୀଙ୍କ ଶେଷକୃତ୍ୟ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପଟେ ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଶୋକପ୍ରସ୍ତାବ ଆଗତ ହେବା ନେଇ ବାଚସ୍ପତିଙ୍କ ସୂଚନା

କନକ ବ୍ୟୁରୋ: ପରଲୋକରେ ବିଜେଡିର ଟାଣୁଆ ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ । ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଗୁରୁତର ହୋଇପଡ଼ିଥିଲା। ଏହାପରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ମାତ୍ର ଡାକ୍ତରମାନଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ବେ ମହାରଥୀଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇ ନ ଥିଲା।

ତେବେ ପ୍ରଥମେ ସରକାରୀ ବାସଭବନ ଏବଂ ପରେ ବିଧାନସଭା ପରିସରକୁ ଅଣାଯାଇଥିଲା ପ୍ରଦୀପ ମହାରଥୀଙ୍କ ମରଶରୀର । ଏହାପରେ ମହାରଥୀଙ୍କ ଶେଷ ଦର୍ଶନ ନିମନ୍ତେ ତାଙ୍କ ପାର୍ଥିବ ଶରୀରକୁ ବିଧାନସଭାରୁ ପାର୍ଟି ଅଫିସକୁ ଅଣାଯାଇଥିଲା । ଅପରାହ୍ମରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସଂପନ୍ନ ହେବ । ତେବେ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହିତ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମହାରଥୀଙ୍କ ଶେଷକୃତ୍ୟ ସଂପନ୍ନ ହେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ୟପଟେ, ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଶୋକପ୍ରସ୍ତାବ ଆଗତ ହେବ । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe