କନକ ବ୍ୟୁରୋ : ଆଜିଠୁ ରାଜ୍ୟରେ ଅନୁଭୂତ ହେବ ଘନ କୁହୁଡି । ଏହାକୁ ନଜରରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୯ରେ ଆଭ୍ୟନ୍ତରୀଣ ଏବଂ ୧୦ରେ ଉପାନ୍ତରୁ ଉପକୂଳ ଯାଏଁ ରହିବ ପଶ୍ଚିମା ଝଡ଼ର ପ୍ରଭାବ ରହିବ । ୯ ଓ ୧୦ ତାରିଖରେ ପଶ୍ଚିମ ଓ ଉତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ଓ କୁଆପଥର ବର୍ଷା ହୋଇପାରେ ।

Advertisment

୧୦ ଓ ୧୧ ତାରିଖରେ ଉପକୂଳବର୍ତ୍ତୀ ଅଂଚଳରେ ଝଡ଼ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ତିନି ଦିନ ୩ରୁ ୪ ଡିଗ୍ରୀ ରାତ୍ରି ତାପମାତ୍ରା ବଢିବା ସମ୍ଭାବନା ରହିଛି ।