କନକ ବ୍ୟୁରୋ: ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ । ଦେବଗଡ ଜିଲ୍ଲାକୋର୍ଟ ତାଙ୍କୁ ସର୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ତିଲେଇବଣି ବିଡିଓଙ୍କୁ ମାଡ ମାରି ଗିରଫ ହୋଇଥିଲେ ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀ ।
ଅସୁସ୍ଥତା କାରଣରୁ ସୁବାଷ ପାଣିଗ୍ରାହୀଙ୍କୁ ପ୍ରଥମେ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ଏସି କ୍ୟାବିନରେ ବେଡ ମିଳିବାକୁ ନେଇ ବିବାଦ ପରେ ତାଙ୍କୁ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ ମାରିବା ଅଭିଯୋଗରେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଥିଲା । ସେତେବେଳେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୭ ତାରିଖ ଯାଏଁ ବିଚାର ବିଭାଗୀୟ ହେପାଜତକୁ ପଠାଇ ଦେଇଥିଲେ କୋର୍ଟ । ପୁଲିସ ବିଧାୟକଙ୍କ ବିରୋଧରେ ଅପରାଧିକ ଷଡଯନ୍ତ୍ର ଭଳି ସଂଗୀନ ଦଫା ଲଗାଇଥିବାବେଳେ ଭୁବନେଶ୍ୱରରୁ ବିଧାୟକ ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ଦେବଗଡ ପୁଲିସ ଗିରଫ କରିଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/05/33-8.jpg)