ଅବପାତର ରୂପ ନେଲା ବଙ୍ଗୋପସାଗରରେରେ ସୃଷ୍ଟ ଲଘୁଚାପ । ଆସନ୍ତା ୩ରେ ବାତ୍ୟା ଆଶଙ୍କା । ଓଡିଶା ଉପରେ ପଡିନପାରେ ପ୍ରଭାବ । 

651

କନକ ବ୍ୟୁରୋ: ଅବପାତର ରୂପ ନେଲା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେରେ ସୃଷ୍ଟ ଲଘୁଚାପ  । ଆସନ୍ତା ୩ରେ ବାତ୍ୟା ଆଶଙ୍କା  । ୪ ତାରିଖ ସନ୍ଧ୍ୟା ବେଳକୁ ବାତ୍ୟା ଅତିକ୍ରମ କରିବା ନେଇ ସମ୍ଭବନା  । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଘୂର୍ଣ୍ଣିବାତ୍ୟା ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଉପକୂଳରେ ୪ ତାରିଖ ସନ୍ଧ୍ୟାରେ ମାଡ ହେବ ବୋଲି ଆକଳନ କରାଯାଇଛି ।

ଅବପାତ ଏବେ ଚେନ୍ନାଇଠୁ ୮୦୦ କିଲୋମିଟର ଦୂରରେ ଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ପଶ୍ଚିମ ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରୁଛି । ଡିସେମ୍ବର ୨ ତାରିଖରେ ଗଭୀର ଅବପାତର ରୂପ ନେବ । ପରେ ୩ ତାରିଖ ବେଳକୁ ସାମୁଦ୍ରିକ ଝଡର ରୂପ ନେବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଡିସେମ୍ବର ୪ ତାରିଖ ସନ୍ଧ୍ୟାରେ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମଛଲିପଟନମରେ ବାତ୍ୟା ଛୁଇଁବ ବୋଲି ଆକଳନ କରାଯାଇଛି । ତେବେ ଏହି ବାତ୍ୟାର ପ୍ରଭାବ ଓଡିଶା ଉପରେ ଏତେଟା ପଡିବ ନାହିଁ ।  କିନ୍ତୁ ବଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି ।