ଆଜିଠୁ ରାଜ୍ୟରେ ବଢିବ ଥଣ୍ଡା : ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବା ନେଇ ପାଣିପାଗ ବିଭାଗର ଆକଳନ

66

କନକ ବ୍ୟୁରୋ : ଆଜିଠୁ ରାଜ୍ୟରେ ଥଣ୍ଡା ଅଧିକ ଅନୁଭୂତ ହେବ । ଆଜି ରାତିଠୁ ପାରଦ ଖସିବା ସହ ଅଧିକ ଶୀତ ଅନୁଭୂତ ହେବ । ରାତି ତାପମାତ୍ରା ୨ ରୁ ୩ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗତ ଦୁଇ ଦିନ ହେବ ରାଜ୍ୟରେ ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ହୋଇଥିଲା । ହେଲେ ଏବେ ପୁଣି ଥରେ ଶୀତର ପ୍ରକୋପ ଦେଖିବାକୁ ମିଳିବ ।

ଅନ୍ୟପଟେ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଗତକାଲି ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି । କିନ୍ତୁ ଆଜିଠୁ ପାଗ ଶୁଖିଲା ରହିବା ସହ ଶୀତ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।