ଗଡିଲା ‘ଦେବଦଳନ’…ତାଳଧ୍ୱଜ ପରେ ଶ୍ରୀମନ୍ଦିର ଅଭିମୁଖେ ଗଡିଲା ହଦଳୀମୁହିଁ ଦେବୀ ସୁଭଦ୍ରାଙ୍କ ରଥ…

118

କନକ ବ୍ୟୁରୋ : ନବଦିନାତ୍ମକ ଯାତ୍ରା ସାରି ଆଜି ଶ୍ରୀମନ୍ଦିର ଅଭିମୁଖେ ଗଡିଲା ଚତୁର୍ଦ୍ଧାମୂରତିଙ୍କ ରଥ । ପ୍ରଥମେ ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ପଛେ ପଛେ ଗଡିଲା ଦେବୀ ସୁଭଦ୍ରା ଦେବଦଳନ ରଥ । ପରମ୍ପରା ଅନୁଯାୟୀ ସମସ୍ତ ନୀତି ଶୃଂଖଳିତ ଭାବେ ଶେଷ ହୋଇଛି । ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ବଡ ଠାକୁର ଶ୍ରୀବଳଭଦ୍ରଙ୍କ ରଥ ତାଳଧ୍ୱଜ ରଥ ପ୍ରଥମେ ଟଣାହୋଇଥିଲା ବେଳେ ପଛେ ପଛେ ଗଡିଚାଲିଛି ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ।

ପୂର୍ବରୁ ସ୍ଥିରୀକୃତ ହୋଇଥିବା ସମୟରେ ରଥଟଣା ଆରମ୍ଭ ହୋଇଥାନ୍ତା କିନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସବୁ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ଶୃଙ୍ଖଳିତ ଭାବେ ଶେଷ ହୋଇ ରଥଟଣା ଆରମ୍ଭ ହୋଇଯାଇଛି । ଦିନ ୧ଟା ୧୦ ସମୟରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥଟଣା ଆରମ୍ଭ ହୋଇଛି । ବର୍ଷା ହୋଇନଥିଲେ ମଧ୍ୟ ପାଣି ସିଂଚନ ଜାରି ରହିଛି ।

ତେବେ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିବା ଆରମ୍ଭ କରିଛି ତାଳଧ୍ୱଜ ଓ ଦେବଦଳନ ରଥ । ଘଣ୍ଟଘଣ୍ଟା, ହୁଳହୁଳି ଓ ଶଙ୍ଖ ଧ୍ୱନୀ ମଧ୍ୟରେ ଧୀରେଧୀରେ ଗଡ଼ିବାରେ ଲାଗିଛି ଦୁଇ ରଥ । କରୋନା ମହାମାରୀ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ଘୋଷଯାତ୍ରା । ଫଳରେ ଭକ୍ତଶୂନ୍ୟ ଶରଧାବାଲିରେ ଦୁଇ ରଥକୁ ବିନା ଭକ୍ତରେ ସେବାୟତ ମାନେ ଟାଣି ନେଇଉନ୍ତି ନୀଳକନ୍ଦର ଅଭିମୁଖେ ।