ନବରାତ୍ର ପୂଜା ପାଇଁ ଚଳଚଞ୍ଚଳ ଶକ୍ତି ପୀଠ : ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ସପ୍ତମୀ ପୂଜା; ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

78

କନକ ବ୍ୟୁରୋ : ରାଜ୍ୟରେ ଗଡ଼ୁନି ଘରୋଇ ବସ୍ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ କରୁଛି ଘରୋଇ ବସ୍ ମାଲିକ ସଂଘ । ଜିଦରେ ଅଟଳ ରହିଛନ୍ତି ବସ୍ ମାଲିକ ସଂଘ । ବସ୍ ଚଳାଚଳ ନହେବାରୁ ଯାତାୟତ ପାଇଁ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ । ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ନିଷ୍ପତ୍ତି ନେଇଛି ।

ଘରୋଇ ବସ୍ ମାଲିକ ସଂଘ ସଫେଇ ରଖି କହିଛି, ଲକ୍ଷ୍ମୀ ଯୋଜନା ନେଇ ସରକାର ଘରୋଇ ବସ ମାଲିକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ପାଳନ କରିନାହାନ୍ତି । ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଦର କମ ରହୁଛି । ସମାନ ସମୟରେ ଲକ୍ଷ୍ମୀ ଓ ଘରୋଇ ବସ ଚଳାଚଳ କରୁଛି । ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟକୁ ଲକ୍ଷ୍ମୀ ବସ ଗଡୁଛି । ଏହା ସରକାରଙ୍କ ପ୍ରତିଶ୍ରୁତିର ବିରୁଦ୍ଧାଚରଣ କରୁଛି ବୋଲି ସଂଘ ଅଭିଯୋଗ କରିଛି ।