ଚୈତ୍ର ମାସର ଦ୍ୱିତୀୟ ମଙ୍ଗଳବାର : ମା’ ତାରାତାରିଣୀ ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ

118

କନକ ବ୍ୟୁରୋ : ଆଜି ଚୈତ୍ର ମାସର ଦ୍ୱିତୀୟ ମଙ୍ଗଳବାର । ଏହି ଅବସରରେ ମା’ ତାରାତାରିଣୀ ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ମା’ଙ୍କ ଦେଖିବା ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । କିଭଳି ଶାନ୍ତିଶୃଙ୍ଖଳାର ସହ ଭକ୍ତମାନେ ମା’ଙ୍କୁ ଦର୍ଶନ କରିପାରିବେ ସେନେଇ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।