କନକ ବ୍ୟୁରୋ : ଧାମନଗର ଉପନିର୍ବାଚନ ପାଇଁ ମତଦାନ ଜାରି । ଦିନ ୧୧ଟା ସୁଦ୍ଧା ୨୨.୩୬% ମତଦାନ । ଧାମନଗରର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ଭୋଟଦାନ ଅଧିକାର ସାବ୍ୟସ୍ତ କରିବେ । ମଇଦାନରେ ଅଛନ୍ତି ୫ ପ୍ରାର୍ଥୀ । ଭୋଟରମାନେ ଭୋଟ ପରିଚୟ ପତ୍ର ଛଡା ୧୨ ଟି ଅନ୍ୟ ଡକ୍ୟୁମେଂଟ ଦେଖାଇ ଭୋଟ ଦେଇ ପାରିବେ । ମୋଟ ୨୫୨ଟି କେନ୍ଦ୍ରରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି ।
ସେଥିମଧ୍ୟରୁ ୧୨୬ଟି ବୁଥରେ ୱେବ୍ କାଷ୍ଟିଂ କରାଯିବ । ବୁଥର ୧୦୦ ମିଟର ମଧ୍ୟରେ କେହି ବି କଥାବାର୍ତ୍ତା କରିପାରିବେ ନାହିଁ । ଯଦି କେହି ନିୟମ ଉଲ୍ଲଙ୍ଘନ କରିବେ ତେବେ ତାଙ୍କୁ ଗିରଫ କରାଯିବ ବୋଲି କଡା ଚେତାବନୀ ଦିଆଯାଇଛି । ଏଥିପାଇଁ ୨୫ଟି ମାଇକ୍ରୋ ଅବଜରଭର ନିଯୁକ୍ତ ହୋଇଛନ୍ତି । ଏଥିସହ ଚେକିଂକୁ କଡାକଡି କରାଯାଇଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/02/vote759-1.jpg)