କନକ ବ୍ୟୁରୋ : ଭୋଟ ଦେଉଛି ଧାମନଗର । ସକାଳ ୯ଟା ସୁଦ୍ଧା ୧୦ ଦଶମିକ ୨୫ ପ୍ରତିଶତ ମତଦାନ । ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ଧାମନଗରର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ଭୋଟଦାନ ଅଧିକାର ସାବ୍ୟସ୍ତ କରିବେ । ମଇଦାନରେ ଅଛନ୍ତି ୫ ପ୍ରାର୍ଥୀ ।

Advertisment

ଭୋଟରମାନେ ଭୋଟ ପରିଚୟ ପତ୍ର ଛଡା ୧୨ ଟି ଅନ୍ୟ ଡକ୍ୟୁମେଣ୍ଟ ଦେଖାଇ ଭୋଟ ଦେଇ ପାରିବେ । ମୋଟ ୨୫୨ଟି କେନ୍ଦ୍ରରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି । ସେଥି ମଧ୍ୟରୁ ୧୨୬ଟି ବୁଥରେ ୱେବ୍ କାଷ୍ଟିଂ କରାଯିବ । ବୁଥର ୧୦୦ ମିଟର ମଧ୍ୟରେ କେହି ବି କଥାବାର୍ତ୍ତା କରିପାରିବେ ନାହିଁ । ଯଦି କେହି ନିୟମ ଉଲ୍ଲଙ୍ଘନ କରିବେ ତେବେ ତାଙ୍କୁ ଗିରଫ କରାଯିବ ବୋଲି କଡା ଚେତାବନୀ ଦିଆଯାଇଛି ।