ଧାମନଗର ଉପନିର୍ବାଚନ: ଦିନ ୩ଟ ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ । ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଭୋଟିଂ ।

92

କନକ ବ୍ୟୁରୋ: ଭୋଟ୍ ଦେଉଛି ଧାମନଗର । ଦିନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ ହୋଇଛି । ସକାଳ ୭ ରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ମତଦାନ କରିବେ ଭୋଟର । ଧାମନଗରର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ଭୋଟଦାନ ଅଧିକାର ସାବ୍ୟସ୍ତ କରିବେ ।

ତେବେ ଧାମନଗର ମଇଦାନରେ ଅଛନ୍ତି ୫ ପ୍ରାର୍ଥୀ । ଭୋଟରମାନେ ଭୋଟ ପରିଚୟ ପତ୍ର ଛଡା ୧୨ ଟି ଅନ୍ୟ ଡକ୍ୟୁମେଣ୍ଟ ଦେଖାଇ ଭୋଟ ଦେଇ ପାରିବେ । ମୋଟ ୨୫୨ଟି କେନ୍ଦ୍ରରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୧୨୬ଟି ବୁଥରେ ୱେବ୍ କାଷ୍ଟିଂ କରାଯିବ । ବୁଥର ୧୦୦ ମିଟର ମଧ୍ୟରେ କେହି ବି କଥା ବାର୍ତ୍ତା କରିପାରିବେ ନାହିଁ । ଯଦି କେହି ନିୟମ ଉଲଂଘନ କରିବେ ତେବେ ତାଙ୍କୁ ଗିରଫ କରାଯିବ ବୋଲି କଡା ଚେତାବନୀ ଦିଆଯାଇଛି । ଏଥିପାଇଁ ୨୫ଟି ମାଇକ୍ରୋ ଅବଜରଭର ନିଯୁକ୍ତ ହୋଇଛନ୍ତି । ଏଥିସହ ଚେକିଂକୁ କଡାକଡି କରାଯାଇଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।