କନକ ବ୍ୟୁରୋ : ଓଡିଶା ଲଳିତ କଳା ଏକାଡେମୀ ଆନୁକୂଲ୍ୟରେ ସବୋଚ୍ଚ ଧର୍ମପଦ ପୁରସ୍କାର ଘୋଷଣା କରାଯାଇଛି । ୨୦୧୬ ମସିହାଠାରୁ ୨୦୨୦ ପର୍ଯ୍ୟନ୍ତ ପାଇବାକୁ ଥିବା ୫ବର୍ଷ ପାଇଁ ଧର୍ମପଦ ପୁରସ୍କାର ଘୋଷଣା କରାଯାଇଛି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଜ୍ୟୋତି ପ୍ରକାଶ ପ୍ରାଣୀଗ୍ରୀ ସଂସ୍କୃତି ବିଭାଗ ପରିସରରେ ଏହି ପୁରସ୍କାର ପାଇଁ ଘୋଷଣା କରିଛନ୍ତି ।
୨୦୧୬ ମସିହା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ବନବିହାରୀ ପରିଡା, ୨୦୧୭ ମସିହା ପାଇଁ ବିଶିଷ୍ଟ ସ୍ଥପତି ଶ୍ୟାମସୁନ୍ଦର ପଟ୍ଟନାୟକ, ୨୦୧୮ ପାଇଁ ଜଗଦିଶ ଚନ୍ଦ୍ କାନୁନଗୋ, ୨୦୧୯ ପାଇଁ ବିଶିଷ୍ଟ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଓ ୨୦୨୦ ପାଇଁ ବିଶିଷ୍ଟ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ରଙ୍କୁ ପୁରସ୍କାର ପାଇଁ ବିବେଚିତ କରାଯାଇଛି ।
ଧର୍ମପଦ ଶିଳ୍ପୀଙ୍କୁ ୫ ଲକ୍ଷ ଟଙ୍କାର ଚେକ୍, ତାମ୍ରଫଳକ ଓ ଉପଢୌକନ ପ୍ରଦାନ କରାଯିବ । ସେହିପରି ସମ୍ବର୍ଦ୍ଧିତ ଶିଳ୍ପୀଙ୍କୁ ୧ ଲକ୍ଷ ଟଙ୍କା, ତାମ୍ରଫଳକ ଓ ଉପଢøକନ ଦିଆଯିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2020/11/Odisha-Lalit-Kala-Akademi-confers-‘Dharmapada-Purashkar’-upon-seven-eminent-artists-read-on-to-know-details-1024x527.jpg)