ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ କଡା ସମାଲୋଚନା । ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ ଓ ଆଇନଶୃଂଖଳା ବିଭିନ୍ନ ପ୍ରସଙ୍ଗ ଉଠାଇ ବର୍ଷିଲେ କେନ୍ଦ୍ରମନ୍ତ୍ରୀ

130

କନକ ବ୍ୟୁରୋ : ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜୋରଦାର ଟାର୍ଗେଟ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ସାମିଲ ହୋଇ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର । ସ୍ୱାସ୍ଥ୍ୟ, ଶିକ୍ଷା,ଜଳସେଚନ ଓ ଆଇନଶୃଂଖଳା ସମେତ ଏକାଧିକ ପ୍ରସଙ୍ଗ ଉଠାଇ ଏହା କେମିତିକା ରୂପାନ୍ତରଣ ବୋଲି ପଚାରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏଥିସହ

ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ଜାରି କରନ୍ତୁ ବୋଲି ସେ ଦାବି କରିଛନ୍ତି । ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ କେହି ବାହାରକୁ କାମ କରିବାକୁ ଯାଉନାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ଜଗନ୍ନାଥ ଧଣ୍ଡା ଛୁଇଁ କୁହନ୍ତି ବୋଲି ମଧ୍ୟ ଧର୍ମେନ୍ଦ୍ର ଆହ୍ୱାନ ଦେଇଛନ୍ତି ।