କେନ୍ଦ୍ର ଶ୍ରମମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି । ରାଜ୍ୟରେ ଇଏସଆଇସି କାର୍ଯ୍ୟାଳୟ ଓ ଡିସପେନସାରି ସ୍ଥାପନ ନେଇ କଲେ ଅନୁରୋଧ ।

102

କନକ ବ୍ୟୁରୋ : କେନ୍ଦ୍ର ଶ୍ରମମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଇଏସଆଇସି ଓ ଡିସପେନସାରି ସ୍ଥାପନ ନେଇ କେନ୍ଦ୍ର ଶ୍ରମମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଝାରସୁଗୁଡ଼ାରେ ଇଏସଆଇସିର ଉପ ଆଞ୍ଚଳିକ କାର୍ଯ୍ୟାଳୟ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର । ସେହିପରି ରାଜ୍ୟର ୧୨ଟି ସ୍ଥାନରେ ଡିସପେନସାରି ଖୋଲିବା ପାଇଁ କେନ୍ଦ୍ର ଶ୍ରମମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି । ଲୋକଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।