କନକ ବ୍ୟୁରୋ: ସାରାଦେଶରେ ଚର୍ଚ୍ଚା ଖେଳାଇ ଦେଇଥିବା ଆଇଟି ରେଡ୍ ଘଟଣାରେ ମୁହଁ ଖୋଲିଛନ୍ତି କଂଗ୍ରେସ ସାଂସଦ ଧୀରଜ ସାହୁ । ୩୫୧ କୋଟି ଟଙ୍କା ଜବତ ହେବା ଘଟଣାରେ ପ୍ରଥମଥର ପାଇଁ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟସଭା ସାଂସଦ । ଧୀରଜ କହିଛନ୍ତି, ଜବତ ହୋଇଥିବା ଟଙ୍କା ସହ ମୋର କୌଣସି ସମ୍ପର୍କ ନାହିଁ ।

Advertisment

ସେ କହିଛନ୍ତି ଯେ, ବଡ଼ ପରିବାର ହୋଇଥିବା ବେଳେ ପରିବାରର ଏକାଧିକ ସଦସ୍ୟ ବ୍ୟବସାୟରେ ଅଛନ୍ତି । ଏବଂ ଏହା ପାରିବାରିକ ବ୍ୟବସାୟର ଟଙ୍କା ବୋଲି ସଫେଇ ରଖିଛନ୍ତି ଧୀରଜ । ମୋର ପରିବାର ବର୍ଷ ବର୍ଷ ଧରି ମଦ ବ୍ୟବସାୟରେ ସଂପୃକ୍ତ ରହିଛି । ବ୍ୟବସାୟ ଏବଂ ଟିକସ ଦେବା ପାଇଁ କିଛି ଟଙ୍କା ରଖାଯାଇଥିଲା । ସେହିପରି ଦଳକୁ ସୁରକ୍ଷା ଦେବାକୁ ଯାଇ ଜବତ ଟଙ୍କା ସହ କୌଣସି ସମ୍ପର୍କ ନାହିଁ ବୋଲି କହିଛନ୍ତି । ତେବେ ସମୟ ଆସିଲେ, ସବୁ ସ୍ପଷ୍ଟ ହୋଇଯିବ ବୋଲି କହିଛନ୍ତି ଝାଡ଼ଖଣ୍ଡରୁ ସାଂସଦ ଭାବେ ନିର୍ବାଚିତ ହୋଇଥିବା ଧୀରଜ ସାହୁ ।