କନକ ବ୍ୟୁରୋ: ସମ୍ବଲପୁର ହୀରାକୁଦରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ୧୩୧ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କ ଜୀବନ ଯାଇଛି । କିଛି ଆକ୍ରାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।
ଦୂଷିତ ପାଣି ପାଇଁ ଝାଡ଼ାବାନ୍ତି ବ୍ୟାପୁଥିବା ଆଶଙ୍କା କରାଯାଉିଥିବା ବେଳେ ଏହାର କାରଣ ଖୋଜିବାକୁ ସମ୍ବଲପୁର ଗସ୍ତ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୨ଟି ଟିମ୍ । ଏହି ଟିମ୍ ଘଟଣାସ୍ଥଳ ପରିଦର୍ଶନ କରିବା ସହ ପାଣିର ନମୁନା ସଂଗ୍ରହ କରି ତଦନ୍ତ କରିବ । ଏହାପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/03/dia.jpg)