ହେବ କି ଦିଲ୍ଲୀପ ରାୟଙ୍କ ଘର ବାହୁଡା ? ନିର୍ବାଚନ ଲଢିବା ନେଇ ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି ପରେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା

578

କନକ ବ୍ୟୁରୋ : ନିର୍ବାଚନ ଲଢିବା ନେଇ କୋର୍ଟଙ୍କ ଅନୁମତି ପରେ ରାଜ୍ୟର ବରିଷ୍ଠ ନେତା ଦିଲ୍ଲୀପ ରାୟ ବିଜେପିରେ ସାମିଲ ହୋଇପାରନ୍ତି । ରାଉରକେଲା ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିନି । ଏପରି ସ୍ଥିତିରେ ସେ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି । ଦଳରେ ସାମିଲ ହେବା ପରେ ସେ ରାଉରକେଲା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇପାରନ୍ତି ।

୨୦୧୮ରେ ବିଜେପି ଛାଡ଼ିଥିଲେ ଦିଲ୍ଲୀପ ରାୟ । ଏହି ସମୟରେ ସେ ବିଜେପିର ରାଉରକେଲା ବିଧାୟକ ଥିଲେ । ୧୯୯୯ ମସିହାରେ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲ୍ଲୀପ ରାୟ । ଏହି ସମୟରେ କୋଇଲା ଦୁର୍ନୀତି ହୋଇଥିଲା । ପରେ ୨୦୨୦ରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ତେବେ ସେ କୋର୍ଟର ଦ୍ୱାରସ୍ଥ ହୋଇ ଦୋଷୀ ସାବ୍ୟସ୍ତ ହେବା ଉପରେ ରୋକ ଲଗାଇବା ସହ ନିର୍ବାଚନ ଲଢ଼ିବା ପାଇଁ ଅନୁମତି ପାଇବାରେ ସଫଳ ହୋଇଛନ୍ତି ।