ଦିବ୍ୟାଙ୍ଗ ଯୁବତୀଙ୍କୁ ଯୌନ ନିର୍ଯାତନା ମାମଲା । ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରା ଅଟକ । 

134

କନକ ବ୍ୟୁରୋ : ଭୁବନେଶ୍ୱରରେ ଦିବ୍ୟାଙ୍ଗ ଯୁବତୀଙ୍କୁ ଯୌନ ନିର୍ଯାତନା ମାମଲା । ଅଭିଯୁକ୍ତ ସୁରେଶ ବେହେରା ଅଟକ । ସୁରେଶ ବେହେରାକୁ ଅଟକ ରଖିଛି ଏୟାରପୋର୍ଟ ଥାନା ପୋଲିସ । ପଳାସପଲ୍ଲୀ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସମ୍ପାଦକ ଥିଲେ ସୁରେଶ ବେହେରା । ସୁରେଶଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

ଭୁବନେଶ୍ୱର ପଳାସପଲ୍ଲୀରେ ଥିବା ନିଖିଳ ଉତ୍କଳ ଶାରିରୀକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସଂପାଦକ ସୁରେଶ ବେହେରା ଯୌନ ନିର୍ଯାତନା ଦେଉଥିବା ଅଭିଯୋଗ ଆଣିଥିଲେ ଜଣେ ଦିବ୍ୟାଙ୍ଗ ଯୁବତୀ । ମାସକୁ ୭ ହଜାର ୨୦୦ ଟଙ୍କା ଦରମାରେ ତାଙ୍କୁ ନିଯୁକ୍ତି ଦିଆଯାଇଥିଲା । ଦରମା ମାଗିବାରୁ ସଂସ୍ଥାର ସଂପାଦକ ସୁରେଶ ଚନ୍ଦ୍ର ବେହେରା ଥରୁଟିଏ ୫ହଜାର ଟଙ୍କା ଦେଇଥିଲେ । ପରେ ପଇସା ଆସିଲେ ବକେୟା ଟଙ୍କା ଦେବେ କହି ସମୟ ଗଡାଇ ଚାଲିଥିଲେ । ସଂସ୍ଥାରେ କାମ କରିବା ସମୟରେ ସଂପାଦକ ସୁରେଶ ଚନ୍ଦ୍ର ବେହେରା ତାଙ୍କୁ ଅଶ୍ଳୀଳ ଇଂଗିତ କରିବା ସହ ଯୌନ ଶୋଷଣ କରିଥିବା ଯୁବତୀ ଜଣକ ଥାନାରେ ଅଭିଯୋଗ କରିଥିଲେ।

ଗତ ନଭେମ୍ବର ୨୩ରୁ ଏୟାରପୋର୍ଟ ଥାନାରେ ମାମଲା ରୁଜୁ ହୋଇଥିଲା । ପରେ ଏହି ଘଟଣା ସମ୍ନାକୁ ଆସିବା ପରେ ଅଭିଯୁକ୍ତ ସୁରେଶ ବେହେରା ଫେରାର ହୋଇଯାଇଥିଲା ।