ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ବିଜୟ ସାହୁଙ୍କ ବିୟୋଗ । ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ବିଜୟ । ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ ।

511

କନକ ବ୍ୟୁରୋ : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା  ବିଜୟ ସାହୁଙ୍କ ପରଲୋକ । ହାଇଦ୍ରାବାଦରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ବିଜୟ । ହାଇଦ୍ରାବାଦ ଏକ ଘରୋଇ ହସ୍ପିଟାଲରେ ବିଜୟ ସାହୁଙ୍କର ଚିକିତ୍ସା ଚାଲିଥଲା । ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିଲେ ବିଜୟ । ତେବେ କରୋନାରୁ ସୁସ୍ଥ ହୋଇଥିଲେ ମଧ୍ୟ ପରବର୍ତ୍ତୀ ଜଟିଳତା ନେଇ ଗୁରୁତର ଥିଲେ ବିଜୟ । ପରେ ତାଙ୍କୁ ଉନ୍ନତମାନର ଚିକିତ୍ସା ପାଇଁ ହାଇଦ୍ରାବାଦକୁ ନିଆଯାଇଥିଲା । ତେବେ ସେଠାରେ ତାଙ୍କର ଦେହାନ୍ତ ହୋଇଛି ।

ବିଜୟଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବିଜୟଙ୍କର ଯଥେଷ୍ଟ ଅବଦାନ ରହିଥିଲା । ଯେଉଁଥିପାଇଁ ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି ।