ଆସନ୍ତା ୧୫ ଯାଏ ବର୍ଷା ! ପାଣିପାଗ ବିଭାଗ ପକ୍ଷରୁ ୧୦ ଜିଲ୍ଲାକୁ ସର୍ତକ ସୂଚନା ଜାରି

425

କନକ ବ୍ୟୁରୋ : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବଳୟ ଆଜି ସୃଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଆସନ୍ତା ୬ ଘଣ୍ଟା ଅର୍ଥାତ ବୁଧୁବାର ରାତିରେ ଏହା ଅବପାତରେ ପରିଣତ ହୋଇ ତାମିଲନାଡ଼ୁ ମୁହାଁ ହେଉଛି । ୧୧ ତାରିଖ ସନ୍ଧ୍ୟା ବେଳକୁ ଏହା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଦ୍ର ପ୍ରଦେଶ ସଂଲଗ୍ନ କରାଇକଲ ଓ ଶ୍ରୀହରିକୋଟା ମଧ୍ୟରେ ସ୍ଥଳ ଭାଗକୁ ସ୍ପର୍ଶ କରିବ ।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବା ସହ ଉପକୂଳରେ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।