କନକ ବ୍ୟୁରୋ : ଛତିଶଗଡରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ବି ହାଇଆଲର୍ଟ ଜାରି ରହିଛି । ପୂର୍ବରୁ ମାଲକାନଗିରି, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ହାଇଆଲର୍ଟ ଜାରି ହୋଇଥିବା ବେଳେ ଏବେ ବରଗଡ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଡିଜି ଅମିତାଭ ଠାକୁର ।
ଅମିତାଭ କହିଛନ୍ତି, ଓଡ଼ିଶାକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡରୁ ହିଁ ଆସିଥାନ୍ତି । ତେଣୁ ଏହି ଘଟଣା ପରେ ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ ନ ଆସିବେ ସେ ନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ କରି ଦିଆଯାଇଛି । ସୀମାନ୍ତ ଜିଲ୍ଲାର ଏସପି ମାନଙ୍କ ସହ ଭିଡିଓ କନଫରେନ୍ସି ଜରିଆରେ ସ୍ଥିତିର ଅନୁଧ୍ୟାନ କରାଯାଉଛି ।
ଏହାସହ ମାଓ କ୍ୟାମ୍ପରେ ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାରକୁ ନେଇ ଅମିତାଭ କହିଛନ୍ତି, ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ଶୋଷଣ କରାଯାଉଛି । ଯେତେବେଳେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରୁଛନ୍ତି ସେମାନେ ଏହିଭଳି କାହାଣୀ ପୋଲିସ ଆଗରେ କହୁଛନ୍ତି । ତେଣୁ ସମସ୍ତ ମାଓବାଦୀ ହିଂସା ପଥ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ବାରମ୍ବାର ପ୍ରଶାସନ ପକ୍ଷରୁ ଅପିଲ କରାଯାଉଛି । ଛତିଶଗଡରେ ହୋଇଥିବା ନକ୍ସଲ ଆକ୍ରମଣରେ ୧୧ ଜଣ ସହିଦ ହୋଇଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/05/13-1.jpg)