ଆଜି ଦୋଳ ପୂର୍ଣ୍ଣିମା : ଶ୍ରୀମନ୍ଦିରରେ ସୁନାରେ ସଜେଇ ହେବେ ମହାପ୍ରଭୁ

146

କନକ ବ୍ୟୁରୋ : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତ କରାଯାଉଛି । ସକାଳ ୯ଟା ଭିତରେ ଶ୍ରୀଜିଉଙ୍କ ସୁନାବେଶ ବା ରାଜାଧିରାଜ ବେଶ ଶେଷ ହେବ । ଏହା ପରେ ଭକ୍ତମାନେ ଶ୍ରୀଜିଉଙ୍କୁ ସୁନାବେଶରେ ଦର୍ଶନ କରିପାରିବେ । ରାତି ୧୦ଟା ୩୫ରେ ସୁନାବେଶ ଓଲାଗି ହେବ । ସକାଳ ଧୂପ ସରିବା ପରେ ଦୋଳଗୋବିନ୍ଦ ଶ୍ରୀଦେବୀ ଓ ଭୁଦେବୀଙ୍କ ସହ ଦୋଳବେଦୀକୁ ବିଜେ କରିଥାନ୍ତି ।

ଘଣ୍ଟାଘଣ୍ଟା, ଶଙ୍ଖ ଓ ହୁଳହୁଳିରେ ପ୍ରକମ୍ପିତ ହୋଇଥାଏ ପରିବେଶ । ହଜାର ହଜାର ଭକ୍ତ ଆଜି ମହାପ୍ରଭୁଙ୍କ ସହ ଫଗୁ ଖେଳିବାର ପରମ୍ପରା ରହିଛି । ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୁଦେବୀ ଭୋଇ ପାଇ ଦୋଳବେଦୀକୁ ବିଜେ କରିବା ସମୟରେ ଏପରି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ । ପାଲିଙ୍କିରେ ଝୁଲିଝୁଲି ୨୧ ଘେରା କରିକ୍ରମା କରି ଝୁଲଣ ମଣ୍ଡପକୁ ବିଜେ କରିଥାନ୍ତି ମହାପ୍ରଭୁ ଦୋଳଗୋବିନ୍ଦ ।