ମେ’ ଶେଷ ବେଳକୁ କରୋନା ସଂକ୍ରମଣ କମିବା ସମ୍ଭାବନା : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା

371

କନକ ବ୍ୟୁରୋ : ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି ରାଜ୍ୟରେ ଟେଷ୍ଟି ବଢ଼ୁଥିବାରୁ ସଂକ୍ରମଣ ସଂଖ୍ୟା ବଢ଼ୁଛି । ନମୁନା ପରୀକ୍ଷା ଅନୁଯାୟୀ ସଂକ୍ରମିତଙ୍କ ସଂଖ୍ୟା ଅଧିକ ନାହିଁ । ୮୦ ପ୍ରତିଶତ ଆଇସିୟୁ ଓ ୫୦ ପ୍ରତିଶତ ଭେଂଟିଲେଟରରେ ଗୁରୁତର ରୋଗୀ ଅଛନ୍ତି । ତେଣୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଏବେ ବଢ଼ିବ ।

ଏହା ସହ ବିଜୟ ମହାପାତ୍ର କହିଛନ୍ତି, ମେ’ ମାସ ଶେଷ ବେଳକୁ ରାଜ୍ୟରେ ସଂକ୍ରମଣ କମିବା ନେଇ ଆଶାଙ୍କା କରାଯାଉଛି । ପ୍ରଥମ ଲହରରେ ୧୮ବର୍ଷ ତଳକୁ ୧୦ ପ୍ରତିଶତ ମୃତ୍ୟୁ ରହିଥିଲା । ବର୍ତ୍ତମାନ ବି ଯୁବବର୍ଗ ଅଧିକ ସଂକ୍ରମିତ ହେଉଛନ୍ତି । ଯେହେତୁ ଭ୍ୟାକକ୍ସିନ ନଥିଲା ତେଣୁ ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ବଢ଼ୁଛି । ଯେତେ ଶୀଘ୍ର ଭ୍ୟାକ୍ସିନେସନ ସାରିବ ସେହି ଅନୁପାତରେ ମୃତ୍ୟୁ ସଂଖ୍ୟା କମିବ । ରାଜ୍ୟରେ ଧୀରେ ଧୀରେ ଆଇସିୟୁ ସଂଖ୍ୟା ବଢ଼ାଯାଉଛି । କିମ୍ସ ହସ୍ପିଟାଲରେ ଆଇସିୟୁ ବଢ଼ାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।