ଗୃହରେ ଉଠିଲା ପାଣି ପ୍ରସଙ୍ଗ : ଅସନ୍ତୋଷ ପ୍ରକାଶ କଲେ ଉଭୟ ଶାସକ ଓ ବିରୋଧୀ ସଦସ୍ୟ; ମନ୍ତ୍ରୀ କହିଲେ, ୨୦୨୪ ସୁଦ୍ଧା ସବୁ ଗାଁକୁ ପାଣି

123

କନକ ବ୍ୟୁରୋ : ପାନୀୟ ଜଳ ପ୍ରକଳ୍ପ ଓ ପିଇବା ପାଣି ସଙ୍କଟ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଛି । ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ବିଳମ୍ବ ନେଇ ଗୃହରେ ଆଲୋଚନା ବେଳେ ପିଇବା ପାଣି ପ୍ରସଙ୍ଗ ମଧ୍ୟ ଉଠାଇ ଉଭୟ ଶାସକ ଓ ବିରୋଧୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଖରାଦିନେ ପିଇବା ପାଣି ସଙ୍କଟ ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ବିଧାୟକ ନରସିଂହ ମିଶ୍ର, ତାରା ପ୍ରସାଦ ବାନୀପତି । ମେଗା ପାଇପ ପାଣି ପହଂଚିବା ପର୍ଯ୍ୟନ୍ତ ସରକାର କେଉଁ ବ୍ୟବସ୍ଥା କରୁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଶସକ ବିଧାୟକ ପ୍ରଦୀପ ଅମାତ ।

ଯଦି ନ ହୋଇଛି ଟ୍ୟୁବୱେଲ ଯୋଗେ ପାଣି ଯୋଗାଇବାକୁ ସେ ଦାବି କରିଛନ୍ତି । ସେହିପରି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ସରକାରଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ୨୨ ବର୍ଷ ଭିତରେ ମାତ୍ର ୯ଟି ପାନୀୟ ଜଳ ପ୍ରକଳ୍ପ ହୋଇଛି । ପୁରୁଣା ପ୍ରକଳ୍ପ ସବୁ ଅଚଳ ହୋଇପଡ଼ିଥିବା ସେ କହିଛନ୍ତି । ସେପଟେ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ପୌରାଂଚଳରେ ସବୁ ଘରକୁ ପାଇପ ଯୋଗେ ପାଣି ଯୋଗାଇବେ ବୋଲି ଉତ୍ତର ରଖିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ୨୦୨୪ ସୁଦ୍ଧା ରାଜ୍ୟର ସମସ୍ତ ଗ୍ରାମାଂଚଳରେ ସବୁ ଘରକୁ ପାଇପ ଯୋଗେ ପାଣି ଯୋଗାଇଦବାକୁ ସରକାର ଲକ୍ଷ୍ୟ ରଖିଥିବା କହିଛନ୍ତି ମନ୍ତ୍ରୀ ।