କନକ ବ୍ୟୁରୋ: ହିଟ୍ ଆଣ୍ଡ ରନ୍ ମାମଲାରେ କେନ୍ଦ୍ର ସରକାରଙ୍କ ନୂଆ ଆଇନକୁ ବିରୋଧ କରି ଜାରି ରହିଛି ଡ୍ରାଇଭର ଆନ୍ଦୋଳନ । ଆଇନ ପ୍ରତ୍ୟାହାର ଦାବିରେ ଦେଶ ବ୍ୟାପୀ ଆନ୍ଦୋଳନ ତୃତୀୟ ଦିନରେ ପହଁଚିଥିବା ବେଳେ ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି ।

Advertisment

କେନ୍ଦ୍ରୀୟ ଆଇନକୁ ବିରୋଧ ସହ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ପୂରଣରେ ବିଫଳତାକୁ ଦାୟୀ କରି ଅନିର୍ଦ୍ଦିଷ୍ଟ କାଳ ଯାଏଁ ଆନ୍ଦୋଳନ କରୁଛି ଓଡ଼ିଶା ଡ୍ରାଇଭର ମହାସଂଘ । ଡ୍ରାଇଭର ମାନେ ଗାଡି ଛାଡି ଆନ୍ଦୋଳନରେ ସାମିଲ ହେଉଥିବା ବେଳେ ପରିବହନ ସେବା ସମ୍ପୂର୍ଣ୍ଣ ଠପ୍ ହେବାର ଆଶଙ୍କା ଦେଖାଦେଇଛି । ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀ ହେଉ ଅବା କଂଚାମାଲ ପରିବହନ ପଛରେ ଟ୍ରକ ପରିବହନର ଗୋଟିଏ ବଡ ଭୂମିକା ରହିଛି । ଷ୍ଟିଅରିଂ ଛାଡ ଆନ୍ଦୋଳନ ଯୋଗୁ ମାଲ ପରିବହନ ସେବା ବାଧାପ୍ରାପ୍ତ ହେବାର ଆଶଙ୍କା ଦେଖାଦେବା ସହ ଦରଦାମ ବୃଦ୍ଧି ହେବାର ଯଥେଷ୍ଟ ସମ୍ଭାବନା ରହିଛି ।