ଆସନ୍ତାକାଲିଠୁ ୩ଦିନ ବର୍ଷା : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ଆସନ୍ତାକାଲିଠୁ ୩ଦିନ ବର୍ଷା : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ : ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା । ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ଖସିଥିବା ବେଳେ ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯାଇନାହିଁ । ଆସନ୍ତା ୩ ଦିନ ରାଜ୍ୟର ପାଗ ଶୁଖିଲା ରହିବ । ଏଥିସହ ଏହି ସମୟରେ ସର୍ବନିମ୍ନ ତାପମାତ୍ରାରେ ବି‌ଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଅନ୍ୟପଟେ ୨୫ ତାରିଖ ଦିନ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨୫ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଥିସହ ୨୬ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ। ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକକୁ ଫେରି ଆସିଛି । ଏଣୁ ରାଜ୍ୟରେ ଆଉ ବିଶେଷ ଶୀତ ଅନୁଭୂତ ହେବ ନାହିଁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe