ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ଆରମ୍ଭ କଲେ ରାଜ୍ୟ ସରକାର : ଅଗ୍ନିଶମ, ଓଡ୍ରାଫ ଓ ଏନଡିଆରଏଫ ଟିମକୁ ପଠାଇବାକୁ ଯୋଜନା

290

କନକ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ‘ୟସ’ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ । ଆଇଏମଡି ଅଧିକାରୀ ଓ ବିଭିନ୍ନ ବିଭାଗ ସଚିବଙ୍କ ସହ ଆଲୋଚନା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ବାତ୍ୟାକୁ କେମିତି ମୁକାବିଲା କରାଯିବ ସେନେଇ ଆଲୋଚନା କରିବା ସହ ପ୍ରସ୍ତୁତ ରହିବାକୁ ଓ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ମୁକାବିଲା ପାଇଁ ଗତକାଲି ମଧ୍ୟ ଓଡ୍ରାଫ୍, ଏନଡିଆଏଫ୍, ଓଡ଼ିଶା ପୁଲିସ ଓ ପାଣିପାଗ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏସଆରସି । ଏଥିସହ ଜିଲ୍ଲାପାଳମାନଙ୍କ ସହ ବି ଆଲୋଚନା କରିଥିଲେ ଓ ୧୦ଟି ଜିଲ୍ଲାରେ ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।