କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୪ଘଂଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ଉତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।