ରାଜ୍ୟ ସରକାରଙ୍କ ପୂଜା ଭେଟି : ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୧ % ବୃଦ୍ଧି

Advertisment
ରାଜ୍ୟ ସରକାରଙ୍କ ପୂଜା ଭେଟି : ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୧ % ବୃଦ୍ଧି

କନକ ବ୍ୟୁରୋ : ରାଜ୍ୟ ସରକାରଙ୍କ ପୂଜା ଭେଟି । ସରକାରୀ କର୍ମଚାରୀଙ୍କ ମହାଙ୍ଗା ଭତ୍ତା ୧୧ ପ୍ରତିଶତ ବୃଦ୍ଧି ପାଇଛି । ବର୍ଦ୍ଧିତ ମହଙ୍ଗା ଭତା ପିଛିଲା ଭାବେ ଜୁଲାଇ ମାସରୁ ଲାଗୁ କରାଯାଇଛି । ଅକ୍ଟୋବର ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି । ଏହି ନିଷ୍ପତି ଦ୍ୱାରା ରାଜ୍ୟର ୪ ଲକ୍ଷ କର୍ମଚାରୀ ଓ ସାଢେ ୩ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ । ଏହା ଫଳରେ ବର୍ତମାନ ମହଙ୍ଗା ଭତା ୧୭ ପ୍ରତିଶତରୁ ବଢି ୨୮ ପ୍ରତିଶତରେ ପହଂଚିଲା । ବକେୟା ୩ ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ଅକ୍ଟୋବର ଦରମାରେ ମିଳିବ ବୋଲି କୁହାଯାଇଛି । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୧/୭/୨୦୨ ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

ଏଥିସହ  ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟ (ଜିଆଇଏସ୍)ରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କୁ ଗୋଷ୍ଠୀ ବୀମା ଦେୟ  ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ଜିଆଇଏସ୍ ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କର୍ମଚାରୀ ମାନଙ୍କ ପାଇଁ ଜିଆଇଏସ୍ ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରିରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ ।

୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିପରି ଅନ୍ତ୍ୟୋଷ୍ଟିକ୍ରିୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଜିଆଇଏସ୍ ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe