ଦ୍ୱାରଶୁଣି ଘାଟିରୁ ଖସିଲା ଯାତ୍ରାପାର୍ଟି ଟ୍ରକ, ୬ ମୃତ, ୧୨ରୁ ଅଧିକ ଆହତ

ଦ୍ୱାରଶୁଣି ଘାଟିରୁ ଖସିଲା ଯାତ୍ରାପାର୍ଟି ଟ୍ରକ, ୬ ମୃତ, ୧୨ରୁ ଅଧିକ ଆହତ

କନକ ବ୍ୟୁରୋ : ଘାଟିରୁ ଖସିଲା ଯାତ୍ରାପାର୍ଟି ଟ୍ରକ । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୬ ଜଣଙ୍କର ଜୀବନ ଯାଇଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟି ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏବେ ବି ଟ୍ରକ ତଳେ ଅନେକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି ।

ଦ୍ୱାରଶୁଣି ଘାଟି ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ଖସି ପଡିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚିଥିବା ବେଳେ ଉଦ୍ଧାରକାର୍ୟ୍ୟକୁ ତ୍ୱରାନିତ୍ୱ କରାଯାଇଛି । ସମସ୍ତ ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଟ୍ରକଟି ଘାଟି ତଳକୁ ଖସି ଖଣ୍ଡ ବିଖଣ୍ଡିତ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe