ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଆରମ୍ଭ ହେଲା ପ୍ରୟାସ । ୪୪ଟି ସ୍ଥାନରୁ ନିଧି ସମର୍ପଣ ଅଭିଯାନର ଶୁଭାରମ୍ଭ । ରାମ ଜନ୍ମଭୂମି ନ୍ୟାସକୁ ୫ଲକ୍ଷ ଟଙ୍କା ଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

112

କନକ ବ୍ୟୁରୋ : ଅଯୋଧ୍ୟାରେ ଭବ୍ୟ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ପାଇଁ ଆଜିଠୁ ନିଧି ସମର୍ପଣ ଅଭିଯାନ ଆରମ୍ଭ ହୋଇଛି । ସାରା ଦେଶରେ ମନ୍ଦିର ନିର୍ମାଣ ପାଇଁ ପାଣ୍ଠି ସଂଗ୍ରହ ଆରମ୍ଭ ହୋଇଛି । ଦେଶର ୪୪ଟି ସ୍ଥାନରେ ସଂଗ୍ରହ କରାଯିବ ପାଣ୍ଠି ।

ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ରରେ ଟ୍ରଷ୍ଟ, ବିଶ୍ୱ ହିନ୍ଦୁ ପରିଷଦ ଓ ରାଷ୍ଟ୍ରୀୟ ସ୍ୱଂୟସେବକ ସଂଗଠନର ଏକ ପ୍ରତିନିଧି ଦଳ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି । ପ୍ରଥମ ଦାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାମ ମନ୍ଦିର ନିର୍ମାଣ ପାଇଁ ୫ଲକ୍ଷ ଶହେ ଟଙ୍କା ଦାନ କରିଛନ୍ତି ରାଷ୍ଟ୍ରପତି ।