ରାଜ୍ୟରେ ୭୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ,୧୭ ମୃତ : ସଂଗରୋଧ କେନ୍ଦ୍ରରୁ ୪୪୬ ଓ ସ୍ଥାନୀୟ ଅଞ୍ଚଳରୁ ୩୩୨

105

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୭୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୪୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୨ ଜଣ ସ୍ଥାନୀୟ ସଂକ୍ରମିତ । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ ଛୁଇଁଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩ ହଜାର ୮୯୭ ଜଣ । ଏବେ ବି ସକ୍ରିୟ ଅଛନ୍ତି ୭ ହଜାର ୭୪୮ ଜଣ । ଏପଟେ କରୋନାରେ ପୁଣି ୧୭ ଜଣଙ୍କର ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬୧ ଜଣ, ବରଗଡ଼ରୁ ୩୦ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୨୯ ଜଣ, ବୈଦ୍ଧରୁ ୩ ଜଣ, କଟକରୁ ୫୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଞ୍ଜାମରୁ ୧୮ ଜଣ, ଜଗତ୍‌ସିଂହପୁରରୁ ୪୦ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୩୦ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩୬ ଜଣ, କେନ୍ଦୁଝରରୁ ୫୩ ଜଣ, ଖୋର୍ଦ୍ଧାରୁ ୬୧ ଜଣ, କୋରାପୁଟ୍‌ରୁ ୧୦ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୫୮ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ାରୁ ୪ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୨୦ ଜଣ, ରୟାଗଡ଼ରୁ ୪ ଜଣ, ସମ୍ବଲପୁରରୁ ୪୦ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୬୪ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।