କନକ ବ୍ୟୁରୋ : ଆଜି ସରକାର ଓ କୃଷକ ସଙ୍ଗଠନ ମଧ୍ୟରେ ଅଷ୍ଟମ ପର୍ଯ୍ୟାୟ ବୈଠକ ବସିବ । ବୈଠକରୁ ନିଷ୍କର୍ସ ନ ବାହାରିଲେ ୨୬ ତାରିଖ ଦିନ ଟ୍ରାକ୍ଟର ପରେଡର ଚେତାବନୀ ଦେଇଛନ୍ତି କୃଷକ ସଂଗଠନ । ଆଉ ଏହାର ମଙ୍ଗ ଧରିବେ ମହିଳା । ଟ୍ରାକ୍ଟର ରାଲିକୁ ଦୃଷ୍ଟିରେ ରଖି ସମସ୍ତ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ହରିୟାଣା ଓ ଗାଜିଆବାଦ ପୁଲିସ ଏଥିପାଇଁ ଆଡଭାଇ ଜାରି କରିଛି । ଏହାପୂର୍ବରୁ ଚାଷୀମାନେ ବଡ ପ୍ରଦର୍ଶନ କରିଛନ୍ତି ।
ଏଥର ମହିଳା ଚାଷୀ ଟ୍ରାକ୍ଟର ରାଲିରେ ବାହାରି ଦିଲ୍ଲୀକୁ ଘେରିବାକୁ ବାହାରି ପଡିଛନ୍ତି । ସବୁଆଡୁ ଚୀଷୀ ଆନ୍ଦୋଳନରେ ସାମିଲ ହେବାକୁ ହଜାର ହଜାର ଟ୍ରାକ୍ଟର ବାହାରିଛି । ଚାଷୀ ଆନ୍ଦୋଳନ ୪୩ ଦିନରେ ପଂହଚିଥିବାବେଳେ ଟ୍ରାକ୍ଟର ରାଲି ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରୁଛନ୍ତି ଚାଷୀ । ଚାଷୀ ନେତା ଓ ସରକାରଙ୍କ ମଧ୍ୟରେ ୭ଟି ପର୍ଯ୍ୟାୟରେ ଆଲୋଚନା ହୋଇଥିଲେ ମଧ୍ୟ ଏଯାଏଁ ସମାଧାନର ବାଟ ବାହାରି ନାହିଁ । ନୂଆ କୃଷି ଆଇନକୁ ପ୍ରତ୍ୟାହର ଓ ଏମଏସପିକୁ ନେଇ ଆନ୍ଦୋଳନ କରୁଛନ୍ତି ଚାଷୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/01/7-4-750x430-1.jpg)