ଆଜିଠାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ତିନି ଦେଶ ଗସ୍ତ: ସମ୍ପର୍କକୁ ସୁଦୃଢ଼ କରିବା ଲକ୍ଷ୍ୟ

Advertisment

ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ ଅଲ ହୁସେନଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଡିସେମ୍ବର ୧୫ରୁ ୧୬ ପର୍ଯ୍ୟନ୍ତ ଜୋର୍ଡାନରେ ରହିବେ । ଏହି ସମୟରେ ଉଭୟ ନେତା ଦୁଇ ଦେଶ ମଧ୍ୟରେ ଥିବା ସମସ୍ତ ସମ୍ପର୍କର ସମୀକ୍ଷା କରିବେ ଏବଂ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ପ୍ରସଙ୍ଗଗୁଡ଼ିକ ଆଲୋଚନା କରିବେ ।

ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ ଅଲ ହୁସେନଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଡିସେମ୍ବର ୧୫ରୁ ୧୬ ପର୍ଯ୍ୟନ୍ତ ଜୋର୍ଡାନରେ ରହିବେ । ଏହି ସମୟରେ ଉଭୟ ନେତା ଦୁଇ ଦେଶ ମଧ୍ୟରେ ଥିବା ସମସ୍ତ ସମ୍ପର୍କର ସମୀକ୍ଷା କରିବେ ଏବଂ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ପ୍ରସଙ୍ଗଗୁଡ଼ିକ ଆଲୋଚନା କରିବେ ।

1989793-ani-20251215041212

PM Modi Photograph: (Kanak News)

କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ତିନୋଟି ଦେଶ- ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତରେ ବାହାରିଛନ୍ତି । ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ ଅଲ ହୁସେନଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଡିସେମ୍ବର ୧୫ରୁ ୧୬ ପର୍ଯ୍ୟନ୍ତ ଜୋର୍ଡାନରେ ରହିବେ । ଏହି ସମୟରେ ଉଭୟ ନେତା ଦୁଇ ଦେଶ ମଧ୍ୟରେ ଥିବା ସମସ୍ତ ସମ୍ପର୍କର ସମୀକ୍ଷା କରିବେ ଏବଂ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ପ୍ରସଙ୍ଗଗୁଡ଼ିକ ଆଲୋଚନା କରିବେ । ଭାରତ-ଜୋର୍ଡାନ କୂଟନୈତିକ ସମ୍ପର୍କର ୭୫ ବର୍ଷ ପୂର୍ତ୍ତି ଅବସରରେ ଏହି ଗସ୍ତ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି । 

 

ଦିଲ୍ଲୀ ପ୍ରଦୂଷଣ ନେଇ ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ :  ନିୟମ ମାନୁନାହାନ୍ତି ଲୋକ, ଅଧିକ ପ୍ରଭାବିତ ଗରିବ ଶ୍ରେଣୀ

ବାଣିଜ୍ୟ, ନିବେଶ, ଶକ୍ତି, ପ୍ରତିରକ୍ଷା ଏବଂ ନିରାପତ୍ତା ସମେତ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ମଜବୁତ କରିବା ଉପରେ ଏଥିରେ ଧ୍ୟାନ ଦିଆଯିବ । ପ୍ରଧାନମନ୍ତ୍ରୀ ଜୋର୍ଡାନରେ ଥିବା ଭାରତୀୟ ସମୁଦାୟର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବେ, ପରେ ପ୍ରଧାନମନ୍ତ୍ରୀ ଇଥିଓପିଆ ଏବଂ ଓମାନ ଗସ୍ତ କରିବେ, ଯାହାର ଉଦ୍ଦେଶ୍ୟ ଆଫ୍ରିକା ଏବଂ ମଧ୍ୟପ୍ରାଚ୍ୟରେ ଭାରତର ସମ୍ପର୍କକୁ ଦୃଢ଼ କରିବା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe