ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ : ୭୯ ବର୍ଷରେ ପାଦଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

୭୯ ବର୍ଷରେ ପାଦଦେଲେ ନବୀନ ପଟ୍ଟନାୟକ । ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢ଼ଙ୍ଗରେ ପାଳନ କରିବେ ।

10

କନକ ବ୍ୟୁରୋ : ଆଜି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦଦେଲେ ନବୀନ ପଟ୍ଟନାୟକ । ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢ଼ଙ୍ଗରେ ପାଳନ କରିବେ । ପାଖାପାଖଇ ୬ ମାସ ବ୍ୟବଧାନ ପରେ ସେ ସର୍ବସାଧାରଣ କାର୍ଯ୍ୟକ୍ରମରେ ସାମିଲ ହେବେ । ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦଳୀୟ ପଦଯାତ୍ରାରେ ଯୋଗଦେଇ କର୍ମୀମାନଙ୍କୁ ଉତ୍ସାହିତ କରିବେ । 

୭୯ ବର୍ଷରେ ପାଦଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଦଳୀୟ ପଦଯାତ୍ରାରେ ସାମିଲ ହୋଇ କର୍ମୀଙ୍କୁ କରିବେ ଉତ୍ସାହିତ
୨୫ରୁ ଅଧିକ ବର୍ଷ କ୍ଷମତାରେ ରହି ଯୋଗାଇଛନ୍ତି ସେବା
୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ ନବୀନଙ୍କ ଜନ୍ମ
୧୯୯୭ରେ ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ପରେ ଲୋକସଭା ନିର୍ବାଚନ ଲଢ଼ିଥିଲେ  
ପରବର୍ତ୍ତୀ ସମୟରେ ବିଜେଡି ଗଠନ ପରେ ସେ ସଭାପତି ହେଲେ
୨୦୦୦ ମସିହାରେ ବିଜେଡି-ବିଜେପି ମେଣ୍ଟ ଶାସନକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ 
୨୪ ବର୍ଷ ଲଗାତାର ମୁଖ୍ୟମନ୍ତ୍ରୀ ପଦବୀରେ ରହି ରେକର୍ଡ ସ୍ଥାପନ କରିଛନ୍ତି
ଲମ୍ବା ସମୟ ଧରି ମୁଖ୍ୟମନ୍ତ୍ରୀ ରହିବାରେ ସେ ଦେଶରେ ଦ୍ବିତୀୟ ମୁଖ୍ୟମନ୍ତ୍ରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe