କନକ ବ୍ୟୁରୋ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ତଣ୍ଡିବେଡା ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା । ଗତକାଲି ସନ୍ଧ୍ୟାରେ ଗାଁରେ ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପି କର୍ମୀ । ଉଭୟ ଗୋଷ୍ଠୀଙ୍କ ଆକ୍ରମଣରେ ୬ଜଣରୁ ଅଧିକ ଆହତ ହୋଇଛନ୍ତି ।
ସୂଚନା ଅନୁସାରେ ଗାଁରେ ଗତକାଲି ସକାଳେ କୌଣସି କଥାକୁ ନେଇ କଥା କଟାକଟି ହୋଇଥିଲା । ପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଆହତଙ୍କୁ ଘଟଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ପରେ ମେଡିକାଲ ପରିସରରେ କିଛି ସମୟ ପାଇଁ ଉତେଜନା ଦେଖାଦେଇଥିଲା । ଘଟଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଚଳାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/06/9-5.jpg)