କନକ ବ୍ୟୁରୋ: ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ହେବ । ଏନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ନ୍ୟାସନାଲ କଲେଜରେ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗରୁମ ମଧ୍ୟରେ ଥିବା ସମସ୍ତ ଇଭିଏମ ଓ ଭିଭିପାଟ ମେସିନ୍ ଗୁଡ଼ିକ ଆସନ୍ତାକାଲି କାଉଣ୍ଟିଙ୍ଗ ହଲକୁ ଅଣାଯିବ ।
ନେତାଙ୍କ ଭବିଷ୍ୟବାଣୀ: ବିଜେଡି କହିଲା ୧୦ ହଜାର ଭୋଟରେ ଜିତିବୁ, ବିଜେପି କହିଲା ଜୟ ଜିତିବେ, କଂଗ୍ରେସ କହୁଛି ଘାସିରାମଙ୍କ ବିଜୟ ନିଶ୍ଚିତ
ଭୋଟ ଗଣତି ପାଇଁ ୧୪ଟି ଗଣତି ଟେବୁଲ୍ ଓ ପୋଷ୍ଟାଲ ଭୋଟ ପାଇଁ ଗୋଟିଏ ଟେବୁଲ୍ ବ୍ୟବସ୍ଥା କରାଯାଇଛି l ପ୍ରଥମେ ପୋଷ୍ଟାଲ ବାଲାଟ ସକାଳ ୮ଟା ସମୟରେ ଗଣାଯିବ । ଏହାପରେ ୮ଟା ୩୦ରେ ଇଭିଏମ ମେସିନ୍ର ଭୋଟ ଗଣନା ଆରମ୍ଭ ହେବ। ଏହା ୨୬ ରାଉଣ୍ଡରେ ସମାପ୍ତ ହେବ l ଭୋଟିଂ ମେସିନର ତଥ୍ୟକୁ ଫର୍ମ ୧୭-ସି ସହିତ ମେଳ କରାଯିବ l ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ପାଞ୍ଚଟି ପୋଲିଂ ସେଣ୍ଟରର ଭିଭିପାଟ ସ୍ଲିପ୍ଗୁଡ଼ିକ ଗଣାଯାଇ ଇଭିଏମ ଫଳାଫଳ ସହ ମେଳ କରାଯିବ । ସମସ୍ତ ଗଣନା ପ୍ରକ୍ରିୟା ସିସିଟିଭି ନଜରରେ କରାଯିବ ଓ ଏସବୁର ଭିଡିଓ ରେକର୍ଡିଂ ହେବ l ଏହାର ତଦାରଖ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିବେ l ଅନ୍ତିମ ରାଉଣ୍ଡ ଶେଷ ହେବା ପରେ ନିର୍ବାଚନ ଅଧିକାରୀ ଦ୍ୱାରା ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା ହେବ ଓ ତାଙ୍କୁ ଜୟ ସନଦ ପ୍ରଦାନ କରାଯିବ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/11/13/7-2025-11-13-08-19-47.jpg)