କନକ ବ୍ୟୁରୋ: ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି । ବିଦ୍ୟୁତକରଣ ହେଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର । ଖାଲି ସେତିକି ନୁହେଁ, ସବୁ ଘରକୁ ବିଜୁଳି ଯୋଗାଇ ଦେବା ପାଇଁ ୪୧୫ କୋଟି ଟଙ୍କା ସମସ୍ତ ଡିସକମମାନଙ୍କୁ ଯୋଗାଇ ଦେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ବିଧାନସଭାରେ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।