ବଦଳିଲା ପାଗ, ଆରମ୍ଭ ହେଲା ବର୍ଷା : ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

1,274

କନକ ବ୍ୟୁରୋ : ବଦଳିଲା ପାଗ, ଆରମ୍ଭ ହେଲା ବର୍ଷା । ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆଜି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଶ୍ରାବଣରେ ଭଲ ବର୍ଷା ହେଉନଥିବାରୁ ବଡ଼ବର୍ଷାକୁ ଅପେକ୍ଷା କରି ରହିଛନ୍ତି ଚାଷୀ । ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷ କାମ ପଛେଇ ଯାଇଛି । ଭଲ ବର୍ଷା ହେଉନଥିବାରୁ ଚାଷ ଜମି ଫାଟି ଗଲାଣି ।