କନକ ବ୍ୟୁରୋ: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଗଲା ଏୟାରଲିଫ୍ଟ । ଦୁର୍ଘଟଣାର ଶିକାର ହୋଇ ଆହତ ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ସମ୍ବଲପୁରରୁ ଜମାଦାରପାଲ୍ଲି ଏୟାରଷ୍ଟ୍ରିପକୁ ଅଣାଯାଉଛି । ଏହାପରେ ତାଙ୍କୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯିବ । ଦୁର୍ଘଟଣାର ଶିକାର ହେବା ପରେ ଗୁରୁତର ହୋଇ ସମ୍ବଲପୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ପ୍ରସନ୍ନ ଆଚାର୍ଯ୍ୟ । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରୁ ବରଗଡ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ ବିଜୁ ଜନତା ଦଳର ଏହି ହେଭିୱେଟ୍ ନେତା । ସେପଟେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସ୍ଓ ଏବଂ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି ।